ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଲାଗି ରହିଛି I ଆଜି ଅପରାହ୍ନ ୩ ଟା ସୁଦ୍ଧା ୪୩.୮ ଡିଗ୍ରୀ ସହ ସବୁଠାରୁ ଉତପ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର I ସେହିପରି ବାଲେଶ୍ୱର ୪୦.୭ ରହିଥିବାବେଳେ ଚାନ୍ଦବାଲିର ତାପମାତ୍ରା ୪୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି I ତେବେ ଆଜି ୧୯ ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ଅନ୍ୟ ସ୍ଥାନ ମାନଙ୍କରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଥିବା ସୂଚନା […]

ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା
ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଲାଗି ରହିଛି I ଆଜି ଅପରାହ୍ନ ୩ ଟା ସୁଦ୍ଧା ୪୩.୮ ଡିଗ୍ରୀ ସହ ସବୁଠାରୁ ଉତପ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର I ସେହିପରି ବାଲେଶ୍ୱର ୪୦.୭ ରହିଥିବାବେଳେ ଚାନ୍ଦବାଲିର ତାପମାତ୍ରା ୪୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି I ତେବେ ଆଜି ୧୯ ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ଅନ୍ୟ ସ୍ଥାନ ମାନଙ୍କରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଥିବା ସୂଚନା ମିଳିଛି I

ସୋମବାର ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ଗତକାଲି ଠାରୁ କଳାବୈଶାଖୀ ପ୍ରକ୍ରିୟା ପାଇଁ ସୋମବାର ସକାଳୁ ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ବାୟୁଚଳା ଚଳ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।ଏହା ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଆହୁରି ୨ ରୁ ୩ଡ଼ିଗ୍ରୀ ହ୍ରାସ ସମ୍ଭାବନା ରହିଛି।

ପୂର୍ବାନୁମାନ ଅନୁଯାୟୀ, ସୋମବାର ବଲାଙ୍ଗୀର , ମୟୂରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୟାଗଡ, କନ୍ଧମାଳ, ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି ଏବଂ ନୂଆପଡାରେ ୪୫ ଡିଗ୍ରୀ ତାପମାତ୍ରା ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୩ ତାରିଖରେ ହଟ୍ ଆଣ୍ଡ ହ୍ୟୁମିଡ୍ ସ୍ଥିତି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ନୟାଗଡ଼ ଜିଲାର କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ପରବର୍ତ୍ତୀ ତିନିଦିନ ରାଜ୍ୟରେ ଉଷ୍ମ ଏବଂ ଆର୍ଦ୍ର ପାଣିପାଗ ରହିବାର ସମ୍ଭାବନା ରହିଥିବା ବେଳେ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରାଯାଇଛି। ତେବେ ୨୫ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।