ସମ୍ବଲପୁର ରେ ନାମାଙ୍କନ ଦାଖଲ କଲେ ପ୍ରଣବ ପ୍ରକାଶ ଦାସ

ସମ୍ବଲପୁର: ତା ୩୦.୪.୨୪ (ଶାଶ୍ଵତ ଟିଭି) – ବିଜୁଜନତା ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସାଂସଦ ପ୍ରାର୍ଥୀ ଭାବେ ଆଜି ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ମା ସମ୍ବଲେଶ୍ୱରୀଙ୍କ ଆଶୀର୍ବାଦ ନେଇ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ଦାଖଲ କଲେ ନାମାଙ୍କନ । ୫ ଜଣ ପ୍ରସ୍ତାବକଙ୍କ ସହ ୪ ସେଟ ନାମାଙ୍କନ ଦାଖଲ କଲେ ପ୍ରଣବ ।ବାଲିବନ୍ଧାରୁ ରାଲି କରି ଜିଲ୍ଲାପାଳଙ୍କ […]

ସମ୍ବଲପୁର ରେ ନାମାଙ୍କନ ଦାଖଲ କଲେ ପ୍ରଣବ ପ୍ରକାଶ ଦାସ

ସମ୍ବଲପୁର: ତା ୩୦.୪.୨୪ (ଶାଶ୍ଵତ ଟିଭି) – ବିଜୁଜନତା ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସାଂସଦ ପ୍ରାର୍ଥୀ ଭାବେ ଆଜି ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ମା ସମ୍ବଲେଶ୍ୱରୀଙ୍କ ଆଶୀର୍ବାଦ ନେଇ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ଦାଖଲ କଲେ ନାମାଙ୍କନ । ୫ ଜଣ ପ୍ରସ୍ତାବକଙ୍କ ସହ ୪ ସେଟ ନାମାଙ୍କନ ଦାଖଲ କଲେ ପ୍ରଣବ ।
ବାଲିବନ୍ଧାରୁ ରାଲି କରି ଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ପହଞ୍ଚିବା ପରେ ସେଠାରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ । ପୂର୍ବତନ ବିରୋଧୀ ଦଳ ନେତା ସ୍ବର୍ଗତ ଅଶୋକ ଦାସଙ୍କର ପୁଅ ହେଉଛନ୍ତି ପ୍ରଣବ । ୨୦୦୯ ମସିହାରୁ ଲଗାତାର ତିନି ଥର ଯାଜପୁର ବିଧାନସଭାରୁ ବିପୁଳ ଭୋଟରେ ସେ ବିଜୟୀ ହୋଇଛନ୍ତି ।

p2

ନବୀନଙ୍କ ଆଦର୍ଶକୁ ଗ୍ରହଣ କରି ଓଡ଼ିଶାବାସୀଙ୍କ ସେବାରେ ନିଜକୁ ସମର୍ପି ଦେଇଛନ୍ତି ପ୍ରଣବ । ଏମିତିକି ମନ୍ତ୍ରୀ ପଦରୁ ନିଜେ ଇସ୍ତଫା ଦେଇ ଦଳର ସଂଗଠନ କଥା ବୁଝି ସେ ସବୁ କର୍ମୀ ଓ ନେତାଙ୍କ ପାଇଁ ଆଦର୍ଶ ପାଲଟିଥିଲେ । ଦ୍ବିତୀୟ ଥର ବିଧାୟକ ବାବେ ବିଜୟୀ ହେବାପରେ ପ୍ରଣବଙ୍କୁ ନିଜ ମନ୍ତ୍ରୀ ମଣ୍ଡଳରେ ସାମିଲ କରିଥିଲେ ନବୀନ । ଶକ୍ତି ମନ୍ତ୍ରୀ ଭାବେ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି । ପ୍ରଣବ ମଧ୍ଯ ବେଶ୍ ଦକ୍ଷତାର ସହ ଦାୟିତ୍ବ ତୁଲାଇଥିଲେ । ହେଲେ ପରବର୍ତ୍ତୀ ସମୟରେ ନିଜ ଆଡ଼ୁ ମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସେ ସଂଗଠନ କଥା ବୁଝିଥିଲେ । ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଣବଙ୍କୁ ଦଳର ସାଂଗଠନିକ ସଂପାଦକ ଭାବେ ନିଯୁକ୍ତି ଦେଇଛନ୍ତି । ରାଜ୍ଯର ବିଭିନ୍ନ ଅଞ୍ଚଳରେ ଦଳର ସାଂଗଠନିକ ସ୍ଥିତିକୁ ମଜବୁତ କରି ପ୍ରଣବ ସାଂଗଠନିକ ଦକ୍ଷତାର ପ୍ରମାଣ ଦେଇଛନ୍ତି ।

p1

ସମ୍ବଲପୁରରେ ନିରନ୍ତର ବିକାଶ ପାଇଁ ବିଜେଡି ପ୍ରତି ସମର୍ଥନ ଅଧିକ ଥିବା ରାଜନୈତିକ ସମୀକ୍ଷକ ଆକଳନ କରୁଛି । ସମ୍ବଲପୁର ଲୋକସଭା ନିର୍ବାଚନମଣ୍ଡଳୀରେ ବିଜେପିରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କଂଗ୍ରେସରୁ ନଗେନ୍ଦ୍ର ପ୍ରଧାନ ମଇଦାନକୁ ଓହ୍ଲାଇଛନ୍ତି । ଏଣୁ କଡ଼ା ଟକ୍କର ହେବା ରାଜନୈତିକ ସମୀକ୍ଷକମାନେ କହିଛନ୍ତି ।
ଏହି ଅବସରରେ ପ୍ରଣବଙ୍କୁ ବିଜୟୀ ହେବା ପାଇଁ ଆଶୀର୍ବାଦ ଦେବା ସହିତ ଭିଡିଓ ବାର୍ତ୍ତା ମାଧ୍ୟମରେ ଶୁଭେଛା ଜଣାଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ